ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ଏମିତି ରହସ୍ୟ ଖୋଲାସା କଲା ବାୟୁସେନା

ଅପରେସନ୍ ସିନ୍ଦୂରକୁ ନେଇ ବଡ ଖୋଲାସ।
ଭାରତ-ପାକିସ୍ତାନ ମଧ୍ୟରେ ସିଜଫାୟାର୍ ପରେ ଏବେ ଭାରତୀୟ ବାୟୁସେନା ବଡ଼ ବୟାନ ଦେଇଛି । ଯାହାକୁ ଶୁଣିଲେ ପାକିସ୍ତାନର ନିଦ ପୁଣି ଉଡ଼ିବ । ଇଣ୍ଡିଆନ୍ ଏୟାରଫୋର୍ସ ପକ୍ଷରୁ କୁହାଯାଇଛି ଯେ ଅପରେସନ୍ ସିନ୍ଦୂର ଏଯାଏଁ ଶେଷ ହୋଇନି । IAF ପକ୍ଷରୁ ଜାରି ହୋଇଥିବା ଏହି ବୟାନରେ କୁହାଯାଇଛି ଯେ ‘ଭାରତୀୟ ବାୟୁ ସେନା ଅପରେସନ୍ ସିନ୍ଦୂରରେ ଦିଆଯାଇଥିବା କାର୍ଯ୍ୟକୁ ସଫଳତାପୂର୍ବକ ସମ୍ପୂର୍ଣ୍ଣ କରିଛି । ରାଷ୍ଟ୍ରୀୟ ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ବିବେକପୂର୍ଣ୍ଣ ବିଚାର କରି ସଞ୍ଚାଳନ କରାଯାଉଛି । ଯେହେତୁ ଅପରେସନ ଜାରି ରହିଛି , ତେଣୁ ଆଗକୁ ଅପରେସନ ନେଇ ବିସ୍ତୃତ ସୂଚନା ଦିଆଯିବ । ଠିକ୍ ସମୟରେ ସଠିକ ତଥ୍ୟ ଦିଆଯିବ । ମିଛ , ଗୁଜବ ଖବର ଠାରୁ ଦୂରେଇ ରୁହନ୍ତୁ ।’ ଏନେଇ ‘X’ ରେ ସୂଚନା ଦେଇଛି ଭାରତୀୟ ବାୟୁସେନା ।  

ମେ’ ୭ ତାରିଖରେ ଆତଙ୍କବାଦ ବିରୋଧୀ ଅଭିଯାନ ଆରମ୍ଭ କରିଥିଲା ଭାରତୀୟ ସେନା । ଅପରେସନ ସିନ୍ଦୂର ଜରିଆରେ ପହଲଗାମ ପ୍ରତିଶୋଧ ନେଲା ଭାରତ । ଶତ୍ରୁ ଘରେ ପଶି ଆତଙ୍କୀ ଆଡ୍ଡା ଧ୍ୱଂସ କରାଯାଇଥିଲା । ୯ଟି ଆତଙ୍କୀ ଠିକଣାରେ ଏୟାରଷ୍ଟ୍ରାଇକ କରିଥିଲା ଭାରତୀୟ ବାୟୁସେନା ।  ଆକ୍ରମଣରେ ଧୂଳିସାତ ହୋଇଥିଲା ପାକିସ୍ତାନରେ ଥିବା ଆତଙ୍କୀ ହବ୍ । ଜୈଶ-ଏ-ମହମ୍ମଦ, ଲସ୍କର-ଏ-ତୋଇବା, ହିଜ୍‌ବୁଲ ମୁଜାହିଦ୍ଦିନ ଆଡ୍ଡା ଧ୍ୱଂସ ହୋଇଥିଲା । ଏୟାରଷ୍ଟ୍ରାଇକରେ ସଫା ହୋଇଯାଇଥିଲା ଜୈଶ-ଏ-ମହମ୍ମଦ ମୁଖ୍ୟର ପୂରା ପରିବାର । ମୋଷ୍ଟ ୱାଣ୍ଟେଡ୍ ଆତଙ୍କୀ ମସୁଦ ଅଜହରର ୧୦ ଜଣ ସମ୍ପର୍କୀୟ ନିହତ ହୋଇଥିଲେ । କାନ୍ଦାହାର ବିମାନ ଅପହରଣର ମାଷ୍ଟରମାଇଣ୍ଡ ଅବଦୁଲ ରୌଫ୍ ଅଜହର ପ୍ରାଣ ହରାଇଥିଲା । ପାଖାପାଖି ୧୦୦ରୁ ଅଧିକ ଆତଙ୍କୀଙ୍କୁ ମାରିଥିଲେ ଭାରତୀୟ ଯବାନ ।

Leave a Reply

Your email address will not be published. Required fields are marked *