ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ଏକା ସାଙ୍ଗରେ ମାଡି ଆସୁଛି ଦୁଇ ଦୁଇଟି ଲଘୁଚାପ

ଏକା ସାଙ୍ଗରେ ମାଡି ଆସୁଛି ଦୁଇ ଦୁଇଟି ଲଘୁଚାପ । ଶେଷ ସପ୍ତାହରେ କରିବ କଲ ବଲ । ଛାନିଆ ସ୍ଥଳଭାଗ ଲୋକେ । ସର୍ତକ କଲା ପାଣିପାଗ ବିଭାଗ ।। ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।

ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ’ ପର‌୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗିରହିବା ନେଇ ସୂଚନା ରହିଛି ।

Leave a Reply

Your email address will not be published. Required fields are marked *