ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

କଉ ମାଛ ନେଇଗଲା ଯୁବକର ମୁଣ୍ଡ

ଯୁବକ ପୋଖରୀକୁ ମାଛ ଧରିବାକୁ ଯାଇଥିଲା

କିନ୍ତୁ ମାଛ ଧରୁଧରୁ ପୋଖରୀର କଉ ମାଛ ଯୁବକକୁ ମାରିଦେଲା

ଯୁବକ ଭାବିଥିଲେ ମାଛ ଧରି ଆଣିବି ଆଉ ଖୁସିରେ ପରିବାର ଲୋକ ମିଶି ଭାତ ଖାଇବା। ହେଲେ ଭାଗ୍ୟରେ ବିଧାତା କିଛି ଅଲଗା ଲେଖିଥିଲା। ଶେଷରେ ମାଛ ଧରିବା ପାଲଟିଲା ମରଣ ଯନ୍ତା। ପାଟିରେ ମାଛ ପଶିଯିବାରୁ ଅକାଳେ ଚାଲିଗଲା ଯୁବକଙ୍କ ଜୀବନ। ତେବେ ପୁଅକୁ ଚିକିତ୍ସାଳୟ କୁ ଆଣିଥିଲେ ମଧ୍ୟ ଡାକ୍ତରଙ୍କ ଅବହେଳାକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୟୂରଭଞ୍ଜ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦିଘିଗ୍ରାମର ଅବିନାଶ ବିଜୁଳିଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ବନ୍ଧରେ ମାଛ ଧରିବା ସମୟରେ ଏକ ଜୀବନ୍ତ ‘କୋଉ’ ମାଛକୁ ପାଟିରେ କାମୁଡ଼ି ମାରିବାକୁ ଚେଷ୍ଟା କରୁଥିଲେ ଅବିନାଶ। ହେଲେ ଅସାବଧାନତା ବଶତଃ ମାଛଟି ତାଙ୍କ ପାଟି ଭିତରକୁ ପଶି ଯାଇଥିଲା। ମାଛଟି ଶ୍ୱାସନଳୀରେ ଅଟକି ଯାଇଥିଲା ଫଳରେ ନିଶ୍ୱାସ ନେବା ମଧ୍ୟ କଷ୍ଟ ହୋଇପଡ଼ିଥିଲା। ଗୁରୁତର ଅବସ୍ଥାରେ ଅବିନାଶଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଚିକିତ୍ସାରେ ଅବହେଳା କରିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକଙ୍କ ଦଦା ତଥା ଦିଘି ଗ୍ରାମର ପୂର୍ବତନ ସରପଞ୍ଚ ବଙ୍କିମ ଚନ୍ଦ୍ର ବିଜୁଳିଙ୍କ କହିବା ଅନୁସାରେ, ବାରମ୍ବାର ଅନୁରୋଧ ପରେ ମଧ୍ୟ ଡାକ୍ତର ରୋଗୀଙ୍କ ପାଖକୁ ଆସିନଥିଲେ। କେବଳ ସେତିକି ନୁହେଁ, ଡାକ୍ତର ଜଣକ ଦୁର୍ବ୍ୟବହାର କରିବା ସହ ଜାତିଗତ ଆକ୍ଷେପ କରିଥିବା ମଧ୍ୟ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଚିକିତ୍ସା କରିବା ପରିବର୍ତ୍ତେ ତୁରନ୍ତ ବାରିପଦା ରେଫର କରିଥିଲେ ଡାକ୍ତର ଜଣଙ୍କ। ଯେଉଁଥିପାଇଁ ଠିକ୍ ସମୟରେ ଚିକିତ୍ସା ନପାଇ ଅବିନାଶଙ୍କ ବିଜୁଳିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି। ପୋଲିସ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ଦେଇଛନ୍ତି। ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି ସ୍ଥାନୀୟ ବାସିନ୍ଦା।

Leave a Reply

Your email address will not be published. Required fields are marked *