ଧିରେ ଧିରେ ଚିହ୍ନଟ ହେଲାଣି ଲୋକ । ପୁଣି ଫେଇବାକି lockdown badha ପ୍ରାପ୍ତ ସବୁ କିଛି । ଭୁବନେଶ୍ୱରରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ । ଦିଲ୍ଲୀ ରୁ ଫେରିବା ପରେ କୋଭିଡ ଆକ୍ରାନ୍ତ ଜଣକ ଏକ ଘରୋଇ ଡାକ୍ତରଖାନା ରେ ଚିକିତ୍ସା ହେଉଛନ୍ତି । ସେ ଏବେ କ୍ୱରେଣ୍ଟାଇନରେ ଅଛନ୍ତି । ୩ ବର୍ଷ ପରେ ଫେରିଛି କୋଭିଡ ଆକ୍ରାନ୍ତ ।
ପୁଣି ଡରାଇଲାଣି କରୋନା । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଜଣାପଡ଼ି ନାହିଁ ।
ସେପଟେ ମୁମ୍ବାଇ, ପୁଣେ, ଚେନ୍ନାଇ,ଅହମ୍ମଦାବାଦରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଛି । ଏବେ ସୁଦ୍ଧା ଦେଶରେ କରୋନାରେ ୩ଶହରୁ ଅଧିକ ନୂଆ ମାମଲା ଚିହ୍ନଟ ହୋଇଛି । ଜେଏନ୍ ଡଟ୍ ୱାନ୍ ହେଉଛି ଓମିକ୍ରନର ଉପପ୍ରଜାତି । ଯାହାର ଲକ୍ଷଣ କରୋନାର ଅନ୍ୟ ପ୍ରଜାତି ପରି ରହିଛି ତେବେ ଆଗକୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି । ମେ ୨୦ ତାରିଖରେ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ କୋଭିଡ୍-୧୯ରେ ହୋଇଛି ।