ମୁଖ୍ୟ ସମାଚାର
ଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ୧୫ ହଜାର ଟଙ୍କାରେ ନିଜ ଝିଅକୁ ବିକିଦେଲା ମାଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷର ମୋବାଇଲ୍ଗାଡି ରେ ୩୦୦ ରୁ ଅଧିକ ପ୍ୟାକେଟ ଗଞ୍ଜେଇ ଜବତଗୋଟିଏ ହୋଟେଲର ଗୋଟିଏ ବେଡ଼ରୁମରେ ଟଙ୍କା ଦେଇ ଦେହ ବିକ୍ରି କରୁଥିଲେଦିନରେ ପୁଅ ରାତିରେ ଝିଅ ହେଇଯାଉଥିଲାକୁକୁଡ଼ା ମାଂସ ପାଇ ସାଙ୍ଗକୁ ମାରିଦେଲା ସାଙ୍ଗକଉ ମାଛ ନେଇଗଲା ଯୁବକର ମୁଣ୍ଡ

ପୁଣି କୋର୍ଟରେମୁହାଁମୁହିଁ ବର୍ଷା-ଅନୁଭବ

ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କୁ ଝଟକା । ଅନୁଭବଙ୍କ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ତାଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା । ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ କାଏମ ରଖିଛନ୍ତି ଉଚ୍ଚ ନ୍ୟାୟାଳୟ । ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା ପ୍ରିୟଦର୍ଶିନୀ । ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର୍ଯାତନା ପାଉଥିବା ନେଇ ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ । ଅନୁଭବ ଓ ସହଯୋଗୀ ଖଗେଶ୍ୱରଙ୍କ ବିରୋଧରେ ହେବ ବିଚାର । ପୁରୀଘାଟ ଥାନାରେ ବର୍ଷା ଦାୟର କରିଥିଲେ ଯୌତୁକ ଜନିତ ନିର୍ଯାତନା ମାମଲା । ଆଉ ଯାହା ପରେ ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଏହାସହ ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।ନିମ୍ନ ଅଦାଲତ ଚାଲିଥିବା ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ । ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲା ନିମ୍ନ ଅଦାଲତରେ ଚାଲିବ । ମାମଲାରୁ ବାଦ ଦେବା ପାଇଁ ଅନୁଭବ କରିଥିଲେ ଆବେଦନ। ଯାହାକୁ ଖାରଜ କରିଛନ୍ତି କୋର୍ଟ । ସୂଚନା ଥାଉକି, ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା । ଯାହାର ବିଚାର କରି ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ । ଆଗକୁ ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା । ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ କାଏମ ରଖିଲେ ହାଇକୋର୍ଟ ।ପୁରୀଘାଟ ଥାନାରେ ହୋଇଥିଲା ନିର୍ଯାତନା ମାମଲା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି HC ଯାଇଥିଲେ ଅନୁଭବ।ଅନ୍ୟପଟେ ଜାଗୃତି ଶୁକ୍ଳାଙ୍କ ସହ ଜୀବନର ଦ୍ଵିତୀୟ ଇନିଂସ ଆରମ୍ଭ କରିଛନ୍ତି ସୁପରଷ୍ଟାର୍ ଅନୁଭବ ମହାନ୍ତି। ଦ୍ଵିତୀୟ ବିବାହ ପରେ ଅନେକ ଭଲପାଇବା ସହ ଦର୍ଶକଙ୍କ ସମାଲୋଚନାର ମଧ୍ୟ ଶିକାର ହୋଇଛନ୍ତି ଅନୁଭବ। ଅନେକ ଏହି ବିବାହକୁ ଗ୍ରହଣ କରିଥିବା ବେଳେ ଅନେକ ବର୍ଷାଙ୍କ ସହ ବିବାହ ବିଚ୍ଛେଦକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।୨୦୨୨ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ। ଶାଶୁ ଘରେ ତାଙ୍କୁ ପାରିବାରିକ ହିଂସାର ଶିକାର ହେବାକୁ ପଡୁଛି ବୋଲି ବର୍ଷା ଅଭିଯୋଗ କରି jmfc କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ଦିଆଯାଉଛି।

Leave a Reply

Your email address will not be published. Required fields are marked *